ପୁଣି ବଢ଼ାଇଲା ସୁନା ଦର, ଆଜି ଓଡ଼ିଶାରେ ଭରି ପିଛା କେତେ, ଜାଣନ୍ତୁ


ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି।ଗତ କାଲି ସୁନା ଦରରେ ବୃଦ୍ଧି ଘଟିଥିବା ବେଳେ ଆଜି ପୁଣି ଗ୍ରାମ ପିଛା ୧ ଟଙ୍କା ବଢ଼ିଥିବା ଦେଖିବାକୁ ମିଳିଛି। ଆଉ ବିବାହ ସିଜିନ୍ ରେ ସୁନା କିଣିବାକୁ ଚାହୁଁଥିବା ଲୋକମାନଙ୍କର ଚିନ୍ତା ବଢ଼ିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି।ଗତ କାଲି ସୁନା ଦରରେ ବୃଦ୍ଧି ଘଟିଥିବା ବେଳେ ଆଜି ପୁଣି ଗ୍ରାମ ପିଛା ୧ ଟଙ୍କା ବଢ଼ିଥିବା ଦେଖିବାକୁ ମିଳିଛି। ଆଉ ବିବାହ ସିଜିନ୍ ରେ ସୁନା କିଣିବାକୁ ଚାହୁଁଥିବା ଲୋକମାନଙ୍କର ଚିନ୍ତା ବଢ଼ିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୯,୭୧୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ଦଶ ଗ୍ରାମ ପିଛା ୧୦ ଟଙ୍କା ବୃଦ୍ଧି ପାଇଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୫,୧୪୦ ଟଙ୍କା ଯାହାକି ଗତ କାଲି ଥିଲା ୬୪,୧୩୦ ।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୯,୭୧୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୫,୧୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୮,୮୫୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୯,୭୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୫,୧୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୮,୮୫୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬୦,୪୧୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୫,୯୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୯,୪୯୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୯,୮୬୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୫,୧୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୮,୯୮୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୯,୭୧୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୫,୧୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୮,୮୫୦ ଟଙ୍କା ରହିଛି ।


Share It

Comments are closed.