ଓଡ଼ିଶାର ରାଜ୍ୟପାଳଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗଭୀର ଶୋକ


ଭୁବନେଶ୍ୱର, ନଭେମ୍ବର ୨୩ – ରାଜ୍ୟର ପ୍ରଥମ ମହିଳା ତଥା ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଶୋକବାର୍ତାରେ କହିଛନ୍ତି ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜୀଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ । ଅମର ଆତ୍ମାର ସଦଗତି କାମନା କରୁଛି ।


Share It

Comments are closed.